ଦକ୍ଷିଣ ଓ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା!

ଦକ୍ଷିଣ ଓ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା!

0 318

ଭୁବନେଶ୍ୱର.- ଓଡିଶାର ଉପକୂଳର ଉତ୍ତର ପଶ୍ଚିମ ଦିଗରେ ବଙ୍ଗୋପସାଗରରେ  ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହା ଅଧିକ ଘନୀଭୂତ ହେବା ଯୋଗୁଁ ଦକ୍ଷିଣ ଓ ପଶ୍ଚିମ ଓଡିଶାରେ ୨୧ ତାରିଖ ମଙ୍ଗଳବାରରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଞ୍ଚଳିକ ପାଣିପାଗ ଦେଇଥିବାସୂଚନା ଅନୁସାରେ ରାୟଗଡ଼ା, ବଲାଙ୍ଗୀର, ଗଞ୍ଜାମ, ଗଜପତି, ପୁରୀ, ନୂଆପଡ଼ା, ନବରଙ୍ଗପୁର, ସମ୍ବଲପୁର, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳରେ ପ୍ରବଳ ବର୍ଷା ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ପୁରୀ , ଖୋର୍ଦ୍ଧା ରେ ପ୍ରବଳ ବର୍ଷା ହୋଇପାରେ । ସାରା ଓଡିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ସତର୍କ କରାଯାଇଛି ।

Leave A Reply

Your email address will not be published.