ମଙ୍ଗଳବାରରେ ବାଂଲାଦେଶ ଛୁଇଁବ ବାତ୍ୟା ସି-ତ୍ରାଙ୍ଗ ,ଆଜି ରାତିରୁ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

99

ଅବପାତ ଘନୀଭୂତ ହୋଇ ଆଜି ସକାଳେ ଗଭୀର ଅବପାତ ଭାବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ରହିଛି । ଅବପାତ ୬ ଘଣ୍ଟାରେ ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୭ କିଲୋମିଟର ବେଗରେ ଗତି କରୁଛି । ଏହା ଆଗାମୀ ୧୨ ଘଣ୍ଟା ପର୍ଯ୍ୟନ୍ତ ନିଜ ଗତିର ଦିଗ ବଜାୟ ରଖିବା ପରେ ବାତ୍ୟାରେ ପରିଣତ ହେବ ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଏହା ବାତ୍ୟାର ରୂପ ନେଇ ଆସନ୍ତା ମଙ୍ଗଳବାର ସକାଳେ ପଶ୍ଚିମ ବାଂଲାଦେଶ ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ବାତ୍ୟା ସି-ତ୍ରାଙ୍ଗ୍‍ ଓଡ଼ିଶା ଉପକୂଳଠାରୁ ୨୦୦ ରୁ ୨୫୦ କିଲୋମିଟର ଦୂରରେ ଗତିକରିବ ।


ଏହାର ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ଆଜି ରାତିରୁ ଉପକୂଳ ଓଡ଼ିଶାର କେତେକ ଜିଲ୍ଲା ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।


ସେହିପରି ଆସନ୍ତାକାଲି ପାଇଁ ୫ଟି ଜିଲ୍ଲା – ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱରରେ ପ୍ରବଳ ରୁ ଅତିପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed, but trackbacks and pingbacks are open.