ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

54

ମୌସୁମୀ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଞ୍ଜାମ, ପୁରୀ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ରବିବାର ଓ ସୋମବାର ମଧ୍ୟ ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆକଳନ କରିବା ସହ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ଆସନ୍ତା ଦୁଇ ଦିନ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ, ସୋନପୁର. ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ବୌଦ୍ଧ, କନ୍ଧମାଳ , ନୟାଗଡ ଓ ଗଂଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କୌଣସି ପ୍ରକାର ଜଳବନ୍ଦୀ ସମସ୍ୟାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନକୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

Comments are closed, but trackbacks and pingbacks are open.